ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର, ଉତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତି ଅଂଚଳରେ ଥିବା ଲଘୁଚାପ କ୍ଷେତ୍ର ଶନିବାର ସକାଳେ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ରହିଛି ।
ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଏବଂ ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଢଳି ରହିଛି । ଏହା ଆଗାମୀ ୨ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ