ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲା( ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଅନ୍ୟ ୨୧ ଜିଲ୍ଲାକୁ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ଓ ୧୯ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande