ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୟାଗଡ଼ ଜିଲ୍ଲାର ଭାପୁରରେ ସର୍ବାଧିକ ୭୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ୬୫.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ୬୩.୮ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୫୫.୦ ମି.ମି., ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୫୩.୦ ମି.ମି., ଦିଗପହଣ୍ଡିରେ ୫୨.୫ ମି.ମି., ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ୪୯.୬ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୪୯.୦ ମି.ମି., ବେଲଗୁଣ୍ଠାରେ ୪୮.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୪୮.୦ ମି.ମି., ବେଗୁନିଆରେ ୪୪.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୪୪.୦ ମି.ମି. ଏବଂ ଓଡ଼ଗାଁରେ ୪୧.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ