ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ “ସମୃଦ୍ଧ ଗାଁ, ସମୃଦ୍ଧ ସମ୍ବଲପୁର” ବୈଠକ
ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା ଆମର ଲକ୍ଷ୍ୟ - ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର/ଭୁବନେଶ୍ୱର,୧୪ ସେପ୍ଟେମ୍ବର (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ରବିବାର ସମ୍ବଲପୁର ଜିଲ୍ଲା ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ “ସମୃଦ୍ଧ
ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ “ସମୃଦ୍ଧ ଗାଁ, ସମୃଦ୍ଧ ସମ୍ବଲପୁର” ବୈଠକ


ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା ଆମର ଲକ୍ଷ୍ୟ - ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର/ଭୁବନେଶ୍ୱର,୧୪ ସେପ୍ଟେମ୍ବର (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ରବିବାର ସମ୍ବଲପୁର ଜିଲ୍ଲା ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ “ସମୃଦ୍ଧ ଗାଁ, ସମୃଦ୍ଧ ସମ୍ବଲପୁର” ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ସମ୍ବଲପୁରର ଗ୍ରାମାଞ୍ଚଳରେ ନାଗରିକଙ୍କ ମୌଳିକ ସୁବିଧାକୁ ଗୁରୁତ୍ୱ, ସ୍ୱଚ୍ଛତା, ପାନୀୟ ଜଳ, ଜୀବନଜୀବିକାକୁ ଗୁରୁତ୍ୱ, ପ୍ରଶାସନିକ ସଂସ୍କାର ତଥା ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ଉପରେ ଆଲୋଚନା ହୋଇଥିଲା । ମନରେଗା ଯୋଜନାରେ ଶ୍ରମିକମାନଙ୍କୁ ସଶକ୍ତ କରିବା, ପିଏମ ସ୍ୱନିଧି ଯୋଜନାରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆତ୍ମନିର୍ଭର କରିବା, ଏସଏଚଜି ସଂଗଠନର ମା’ ଭଉଣୀମାନଙ୍କ ଆର୍ôଥକ କାର୍ଯ୍ୟକୁ ସୁବ୍ୟବସ୍ଥିତ ସହ ସ୍ୱାବଲମ୍ବୀ କରିବା ଆଦି ବିଭିନ୍ନ ବିଷୟରେ ଗୁରୁତ୍ୱାରୋପ କରାଯାଇଥିଲା ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ପାଖରେ ଯୋଜନାର ଅଭାବ ନାହିଁ । ଅନେକ ବିଭାଗ, ନୀତି ଓ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ହେଉଛି । ଆମର ମୂଳ ଲକ୍ଷ୍ୟ ହେଉଛି ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା । ସମ୍ବଲପୁରରେ ଥିବା ସମ୍ଭାବନା, ଭିତ୍ତିଭୂମି, ଉତ୍ପାଦନ ଓ ବଜାରକୁ ଦୃଷ୍ଟିରେ ରଖି ସମ୍ବଲପୁରୀ ବ୍ରାଣ୍ଡକୁ ଆଗକୁ ନେବା ଆମର ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

ଏହି ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଏବଂ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସହ ସମ୍ବଲପୁର ଜିଲ୍ଲା ପ୍ରଶାସନିକ ଅଧିକାରୀମାନେ ଯୋଗଦେଇଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande