ଜିଏସଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବା ପାଇଁ ନିର୍ଦେଶ
ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.) - ଜିଏସ୍‌ଟି ସ୍ଲାବ୍‌ରେ ପରିବର୍ତ୍ତନ କରିବା ପରେ ପୂର୍ବରୁ କ୍ରୟ କିମ୍ବା ପ୍ୟାକିଂ ହୋଇସାରିଥିବା ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ଜନ ବିତ
ଜିଏସଟି ହ୍ରାସ ପରେ     ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବା ପାଇଁ ନିର୍ଦେଶ


ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)

- ଜିଏସ୍‌ଟି

ସ୍ଲାବ୍‌ରେ ପରିବର୍ତ୍ତନ କରିବା ପରେ ପୂର୍ବରୁ କ୍ରୟ କିମ୍ବା ପ୍ୟାକିଂ ହୋଇସାରିଥିବା ସାମଗ୍ରୀ

ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ

ଜନ ବିତରଣ ବିଭାଗ ପକ୍ଷରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟ ସରକାରଙ୍କୁ ପତ୍ର ଲେଖି

ଉତ୍ପାଦକ, ପ୍ୟାକର୍ ଓ ଆମଦାନୀକାରୀଙ୍କୁ ଉକ୍ତ ନିର୍ଦେଶ ଜାରି କରିବା

ପାଇଁ କୁହାଯାଇଛି।

ପତ୍ରରେ ଉଲ୍ଲେଖ ରହିଛି ଯେ

ଜିଏସ୍‌ଟି ସଂ‌ଶୋଧନ ହେବା ପୂର୍ବରୁ ଗଛିତ ଥିବା ସାମଗ୍ରୀ ଉପରେ ନୂଆ ଦର/ଏମ୍‌ଆରପି ଉଲ୍ଲେଖ

ରହିବା ଜରୁରୀ। ହ୍ରାସ ପାଇଥିବା ଜିଏସଟି ଅନୁସାରେ ନୂଆ ଏମ୍‌ଆରପି ଲାଗୁ ହେବା ଆବଶ୍ୟକ। ଚଳିତ

ବର୍ଷ ଡିସେମ୍ବର ଶେଷ ସୁଦ୍ଧା କିମ୍ବା ଷ୍ଟକ୍ ଶେଷ ହେବା ଯାଏ ଉକ୍ତ ନିର୍ଦେଶନାମା ଲାଗୁ ହେବ।

ପୁରୁଣା ମୂଲ୍ୟକୁ ନ ଲିଭାଇ ତାହା ନିକଟରେ ନୂଆ

ମୂଲ୍ୟ ସ୍ପଷ୍ଟ ଭାବେ ଉଲ୍ଲେଖ ରହିବ। ମୂଲ୍ୟ ସଂଶୋଧନ ସମ୍ପର୍କରେ ଉତ୍ପାଦକ, ପ୍ୟାକର୍, ଆମଦାନୀକାରୀ

ଖବର କାଗଜରେ ବିଜ୍ଞାପନ ସମ୍ବନ୍ଧରେ ଜଣାଇବା ସହ ନିଜର ଡିଲର ଏବଂ ସ୍ଥାନୀୟ ମାପ ଓଜନ ବିଭାଗକୁ

ନୋଟିସ ମାଧ୍ୟମରେ ଜଣାଇବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande