ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଅନ୍ୟ ୧୬ ଜିଲ୍ଲାକୁ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୬ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ଓ ୨୧ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ