ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୮୬.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୮୫.୦ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୫୨.୨ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପରେ ୪୯.୨ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୪୮.୦ ମି.ମି., ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ୪୫.୬ ମି.ମି., ବାଲେଶ୍ୱର ଜିଲ୍ଲାର ସୋରୋରେ ୪୫.୦ ମି.ମି., ବାହାନଗାରେ ୪୫.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୪୫.୦ ମି.ମି., ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୪୦.୦ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୪୦.୦ ମି.ମି. ଏବଂ ପଟାଙ୍ଗିରେ ୩୧.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande