ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ସୋମବାର ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିପାରେ । ଉତର ଓଡ଼ିଶା ଉପକୂଳ ଓ ବାହାରେ ଏବଂ ତତସଂଲଗ୍ନ ଉତର ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ସ୍ଥଳ ବିଶେଷରେ ୫୦ କି.ମି.କୁ ଛୁଇଁପାରେ । ଏଣୁ ଆଜି ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ