ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ.)- ଅନୁଗୁଳ ଜିଲ୍ଲାରେ ଆଂଚଳିକ ମୁଖ୍ୟ ବନ ସଂରକ୍ଷକ ତଥା କ୍ଷେତ୍ର ନିର୍ଦେଶକ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ, ଅନୁଗୁଳଙ୍କ ନୂତନ କାର୍ଯ୍ୟାଳୟର ଶୁଭ ଉଦ୍ଘାଟନ କକରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନ୍ୟ ଅତିଥି ମାନେ ଆଂଚଳିକ ମୂଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନୁଗୁଳ ଜିଲ୍ଲାର ବିଧାୟକ, ସାଂସଦଙ୍କ ସହ ବନ ବିଭାଗର ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା