ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା, ୭ ସ୍ଥାନରେ ଭୀଷଣ ବର୍ଷା : ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୧୧୬.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୬ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୧୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା, ୭ ସ୍ଥାନରେ ଭୀଷଣ ବର୍ଷା : ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୧୧୬.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୬ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ସର୍ବାଧିକ ୧୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଜାମସୋଳାଘାଟରେ ୯୯.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୯୫.୦ ମି.ମି., ଅନୁଗୁଳ ଜିଲ୍ଲାର ବଅଁରପାଳରେ ୯୦.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ୮୩.୪ ମି.ମି., ସାରସକଣାରେ ୮୦.୦ ମି.ମି., କଟକ ଜିଲ୍ଲାର କଟକରେ ୭୭.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ପର୍ଜଙ୍ଗରେ ୭୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୬୪.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୬୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୬୧.୦ ମି.ମି., କଟକ ଜିଲ୍ଲାର ମୁଣ୍ଡୁଳିରେ ୫୮.୬ ମି.ମି. ଏବଂ ବଲାଙ୍ଗିର ଜିଲ୍ଲାର ତୁରେଇକେଲାରେ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande