ଆଜିଠୁ ଆରମ୍ଭ ହେବ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ- ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)ଆଜି (ବୁଧବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ‘ସୁସ୍ଥ ନାରୀ ସଶକ୍ତ ପରିବାର’ କାର୍ଯ୍ୟକ୍ରମ ଆରମ୍ଭ ହେବ। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଏହି ଅଭିଯ
ଆଜିଠୁ ଆରମ୍ଭ ହେବ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ- ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)ଆଜି (ବୁଧବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ‘ସୁସ୍ଥ ନାରୀ ସଶକ୍ତ ପରିବାର’ କାର୍ଯ୍ୟକ୍ରମ ଆରମ୍ଭ ହେବ। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ। ଏହି କାର୍ଯ୍ୟକ୍ରମ ଜରିଆରେ ଡିଜିଟାଲ୍ ଡାଟାବେସ୍ ତିଆରି ହେବ। ୨୯ ହଜାର ସ୍କ୍ରିନିଙ୍ଗ ଓ ୩ ହଜାରରୁ ଊର୍ଦ୍ଧ୍ୱ ସ୍ୱାସ୍ଥ୍ୟ କ୍ୟାମ୍ପ୍ ହେବ। ସ୍କ୍ରିନିଙ୍ଗ ତଥ୍ୟକୁ ନେଇ ସରକାର ଡିଜିଟାଲ ଡାଟା ବେସ୍ ତିଆରି କରିବେ। ବିଭିନ୍ନ କ୍ୟାନସର, ଋତୁସ୍ରାବ ସମସ୍ୟା ଓ ଅପପୁଷ୍ଟି ସ୍ଥିତି ନେଇ ଯାଂଚ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଲି ଏହି ଅଭିଯାନକୁ ମଧ୍ୟପ୍ରଦେଶରୁ ଶୁଭାରମ୍ଭ କରିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande