ବଲାଙ୍ଗିର 7 ସେପ୍ଟେମ୍ବର (ହି.ସ.)ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ ୨.୦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଷଷ୍ଠରୁ ଅଷ୍ଟମ ଶ୍ରେଣୀର ମୋଟ ୫୦ଜଣ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ। ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ