ଇଗ୍ନୋର ନାମଲେଖା ଅବଧି ଚଳିତ ସେପ୍ଟେମ୍ବର ୩୦କୁ ବୃଦ୍ଧି
ଭୁବନେଶ୍ୱର,୧୭ ସେପ୍ଟେମ୍ବର (ହି.ସ)- ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୁନଃ ପଞ୍ଜିକରଣ ପାଇଁ ଅତିରି
ଇଗ୍ନୋର ନାମଲେଖା ଅବଧି ଚଳିତ ସେପ୍ଟେମ୍ବର ୩୦କୁ ବୃଦ୍ଧି


ଭୁବନେଶ୍ୱର,୧୭ ସେପ୍ଟେମ୍ବର (ହି.ସ)- ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ ଡବ୍ଲୁଡବ୍ଲୁଡବ୍ଲୁ.ଇଗ୍ନୋ.ଏସି.ଇନ୍ କୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା ଏଚଟିପିପିଏସ୍‌://ଇଗ୍ନୋଆଡମିଶନ.ସମର୍ଥ.ଏଡୁ.ଇନ୍‌। ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମ୍‌ଏଫ୍‌), (ବିଏଏମ୍‌) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ । ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ଫୋନ କିମ୍ବା ଇ-ମେଲ ଜରିଆରେ ଯୋଗାଯୋଗ କରିବାପାଇଁ ଆଞ୍ଚଳିକ କେନ୍ଦ୍ରର ଅତିରିକ୍ତ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଜଣାଇଛନ୍ତି ।

ଉଲ୍ଲେଖନୀୟ ଯେ ସାର୍ଟିଫିକେଟ ଏବଂ ସେମିଷ୍ଟର ପ୍ରୋଗ୍ରାମରେ ନାମଲେଖା ଜୁଲାଇ ୨୦୨୫ ଶିକ୍ଷା ସତ୍ର ପାଇଁ ବନ୍ଦ ହୋଇଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande