ଭୁବନେଶ୍ୱର, ୧୮ ସେପ୍ଟେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୯ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ଓ ୨୪ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ