ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ଆଜି ଦିନ
୧୨ଟା ବାଜି ୩୦ମିନିଟ ସମୟରେ ମିଶନ ଶକ୍ତି ଭବନ ଠାରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ
କରକମଳରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ଆର୍ଥିକ ଅନୁଦାନ ପ୍ରଦାନ କରାଯିବ। ଏହି
କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ସହିତ ବିଭିନ୍ନ ଅନୁଷ୍ଠାନ 4ଟି ବୁଝାମଣା ପତ୍ର ମଧ୍ୟ ସ୍ଵାକ୍ଷର କରିବେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା