ଆସନ୍ତା ୨୨ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୯ ସେପ୍ଟେମ୍ବର (ହି.ସ)- ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣ
ଆସନ୍ତା ୨୨ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ


ଭୁବନେଶ୍ୱର,୧୯ ସେପ୍ଟେମ୍ବର (ହି.ସ)- ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande