ଜୟପୁର, ୧୯ ସେପ୍ଟେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡା ଜଙ୍ଗଲରେ ଆଜି ମିଳିତ ଅବକାରି ଚଢଉ ହୋଇଛି । ଜୟପୁର ସଦର ପୋଲିସ, ଅବକାରି ଥାନା, ସେଟଲାଇଟ ଟିମର ମିଳିତ ଚଢଉ କରିଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଚଢଉ କରାଯାଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୧୮ ଶହ ଲିଟର ପୋଚ ଓ ୧୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି