ଭୁବନ, ୧୯ ସେପ୍ଟେମ୍ବର (ହି.ସ.)- ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ସ୍ଵତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶଙ୍କରାଚାର୍ଯ୍ୟ ମଠ ଆଦିତ୍ୟ ବାହିନୀ ସଭାପତି ପଣ୍ଡିତ ମାତୃ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶିବିରକୁ ଉଦଘାଟନ କରିଥିଲେ । ରାଜନୀତି ବିଜ୍ଞାନର ଅଧ୍ୟାପିକା ଡଃ ମମତା ପାତ୍ର ଜାତୀୟ ସେବା ଯୋଜନାର ଲକ୍ଷ୍ୟ ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିବା ସହିତ ସପ୍ତାହ ବ୍ୟାପି ସ୍ୱଚ୍ଛ ଭାରତ ଅଭିଯାନ, ନିଶା ନିବାରଣ ସଚେତନତା ସୃଷ୍ଟି କରାଯିବ ବୋଲି ମତବ୍ୟକ୍ତ କରିଥିଲେ । ଭୁବନ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧକ୍ଷା ସୂପ୍ତିମୟୀ ସେନ ସେବାର ମହତ୍ତ୍ଵ ବର୍ଣ୍ଣନା କରିଥିଲେ । ସମ୍ମାନିତ ଅତିଥି ଭାବେ ଯୁବ ସମାଜ ସେବୀ ସଞ୍ଜୀବ ପୃଷ୍ଟି ଯୋଗଦେଇଥିଲେ । ଏନ୍ ଏସ ଏସ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ନିରଞ୍ଜନ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅଧ୍ୟାପକ ସଙ୍ଗୀତ କୁମାର ନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ