ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ସର୍ବାଧିକ ୩୨.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ସର୍ବାଧିକ ୩୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୨୫.୦ ମି.ମି., ରାୟଗଡ଼ା ଜିଲ୍ଲାର କାଶ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ସର୍ବାଧିକ ୩୨.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ସର୍ବାଧିକ ୩୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୨୫.୦ ମି.ମି., ରାୟଗଡ଼ା ଜିଲ୍ଲାର କାଶିପୁରରେ ୧୪.୦ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୧୨.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୧୧.୨ ମି.ମି., ବରଗଡ଼ ଜିଲ୍ଲାର ଭଟଲିରେ ୧୧.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଇପୁରରେ ୯.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ାରେ ୯.୦ ମି.ମି., କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୮.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୮.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୮.୦ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୭,୨ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଖଇରାରେ ୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande