ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପଂଚମ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ରହିଛି । ଷଷ୍ଠ ଓ ସପ୍ତମ ଦିନ କେତେକ ସ୍ଥାନରେ
ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପଂଚମ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ରହିଛି । ଷଷ୍ଠ ଓ ସପ୍ତମ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande