ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)- ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁ ନଗର ତହସିଲର କୃଷ୍ଣ ଗୋପାଳ ବେହେରା (ପିତା-
ଗଜେନ୍ଦ୍ରନାଥ ବେହେରା) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ
ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା