ସମ୍ପୂର୍ଣ ଯୋଜନାଭିଭିକ ପ୍ରସ୍ତୁତି କରି ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଗୁରୁତ୍ଵ ପ୍ରକଳ୍ପଗୁଡ଼ିକର ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ପରାମର୍ଶ
ଭୁବନେଶ୍ୱର, 02 ସେପ୍ଟେମ୍ବର(ହି.ସ.)ଆଜି ଭନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିକାଶ ବିଭାଗର ଦୁଇଗୋଟି ବୈଠକରେ ଅଧ୍ୟକ୍ଷତା କରି ବିଭାଗ ଦ୍ବାରା ଜନଜାତି ଅଂଚଳର ବିକାଶ ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
ପ୍ରଥମ ବୈଠକଟି ଜନଜାତି ଅଂଚଳର ବିକାଶ ପାଇଁ ସମ୍ବିଧାନର ୨୭୫(୧) ଅନୁଚ୍ଛେଦ ଅନୁସାରେ ରାଜ୍ୟକୁ ପ୍ରଦାନ କରାଯାଉଥି ବା ଅର୍ଥର ବିନିଯୋଗ ପାଇଁ ପ୍ରକଳ୍ପ ଅନୁମୋଦନ ସଂପର୍କିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଭିନ୍ନ କାର୍ଯ୍ୟ ବାବଦକୁ ୧୭୮ କୋଟିର ପ୍ରକଳ୍ପ କମିଟି ଦ୍ବାରା ଅନୁମୋଦନ କରାଯାଇ ଭାରତ ସରକାରକୁ ସୁପାରିଶ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । ମୁଖ୍ୟ କାର୍ଯ୍ୟଗୁଡ଼ିକ ମଧ୍ୟରେ ଜନଜାତି ଅଂଚଳରେ ବିଦ୍ୟାଳୟଗୁଡ଼ିକରେ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ, ନୂତନ ହଷ୍ଟେଲ, ଶିକ୍ଷକମାନଙ୍କ ପାଇଁ କର୍ମଚାରୀ କ୍ୱାର୍ଟର, ରାସ୍ତା ଓ ସେତୁ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରି ଉପଯୁକ୍ତ ଭାବେ ସମ୍ପୂର୍ଣ ଯୋଜନାଭିଭିକ ପ୍ରସ୍ତୁତି କରି ପ୍ରକଳ୍ପ ଶେଷ କରାଯିବା ଉପରେ ଉନ୍ନୟନ କମିଶନର ଗୁରୁତ୍ଵ ଦେଇଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ଅନିଲ