ହିରାକୁଦ ଜଳଭଣ୍ଡାରରୁ ୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ହିରାକୁଦ ଜଳଭଣ୍ଡାରରୁ ୬ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହି
ହିରାକୁଦ ଜଳଭଣ୍ଡାର


ସମ୍ବଲପୁର, ୨ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ହିରାକୁଦ ଜଳଭଣ୍ଡାରରୁ ୬ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୪ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୨୬.୪୧ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୬୭ ହଜାର ୧୨୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୬ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୩ ହଜାର ୫୧୯ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ, ଆଜି ମଧ୍ୟାହ୍ନ ପରେ ପ୍ରଥମେ ୨ଟି ଏବଂ ସନ୍ଧ୍ୟାରେ ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande