ଆଜି ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ : ସେପ୍ଟେମ୍ବର ୩ ରେ ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ
ପୁରୀ, ୨ ସେପ୍ଟେମ୍ବର (ହି.ସ.)- ପୁରୀ ନୀଳାଦ୍ରି ଭକ୍ତନିବାସରେ ଆଜି ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ଆସନ୍ତା
ଆଜି ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ : ସେପ୍ଟେମ୍ବର ୩ ରେ ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ


ପୁରୀ, ୨ ସେପ୍ଟେମ୍ବର (ହି.ସ.)- ପୁରୀ ନୀଳାଦ୍ରି ଭକ୍ତନିବାସରେ ଆଜି ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ଆସନ୍ତା ୭ ତାରିଖରେ ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ ସ୍ୱତନ୍ତ୍ର ନୀତିନିର୍ଘଂଟ ଅନୁମୋଦନ ହେବ । ସେପ୍ଟେମ୍ବର ୧୫ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଥିବାରୁ ଛତିଶା ନିଯୋଗ ବୈଠକରେ ଏହା ଉପରେ ଆଲୋଚନା କରାଯିବ ।

ଛତିଶା ନିଯୋଗ ବୈଠକର ପରଦିନ ଅର୍ଥାତ୍ ସେପ୍ଟେମ୍ବର ୩ ତାରିଖରେ ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନୂତନ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande