ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ଉତର-ପୂର୍ବ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ମିଆଁମାର ଉପକୂଳ ଉପରେ ଅବସ୍ଥିତ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତ
ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି


ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ଉତର-ପୂର୍ବ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ମିଆଁମାର ଉପକୂଳ ଉପରେ ଅବସ୍ଥିତ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଉଚ୍ଚତା ସହିତ ଦକ୍ଷିିଣ-ପଶ୍ଚିମ ଦିଗକୁ ଢଳି ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଏହି ଅଂଚଳରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏହା ପରବର୍ତୀ ୨୪ ଘଂଟା ମଧ୍ୟରେ ଓଡ଼ିଶା ଦେଇ ପଶ୍ଚିମ -ଉତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande