ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଅତ୍ୟଧିକ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର)କୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲା(କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା( ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ମାଲକାନଗିିି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥ।।ନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ