ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ସେପ୍ଟେମ୍ବର ୨ ଓ ୩ ତାରିଖରେ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଓଡ଼ିଶା ଉପକୂଳ ଓ ବାହାରେ ଏବଂ ଉତର ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବର ୨ ଓ ୩ ତାରିଖରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ