ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ଜନଜାତି ନେତା
ଜର୍ଜ ତିର୍କିଙ୍କବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ପୂର୍ବତନ ବିଧାୟକ ତଥା
ଜନଜାତି ନେତା ଜର୍ଜ ତିର୍କିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ସବୁବେଳେ
ଜନଜାତି ସମୁଦାୟଙ୍କ ସ୍ବର ହୋଇ ସେମାନଙ୍କ ସ୍ୱାର୍ଥ ଓ କଲ୍ୟାଣ ପାଇଁ ଲଢ଼େଇ କରୁଥିଲେ ।
ଜନପ୍ରତିନିଧି ଭାବେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା
କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା