ସମ୍ବଲପୁର, ୨୧ ସେପ୍ଟେମ୍ବର (ହି.ସ.)- ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୩୦.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୬୯ ହଜାର ୨୭୦ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୬୯ ହଜାର ୨୭୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦୩.୪୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୧.୮୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ