ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କଟକ, ପୁରୀ, ନୟାଗଡ଼, ଗଞ୍ଜାମ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୨୨ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୩ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୪ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୭ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ