ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ସର୍ବାଧିକ ୭୨.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ସର୍ବାଧିକ ୭୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ସର୍ବାଧିକ ୭୨.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ସର୍ବାଧିକ ୭୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୭୦.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୫୮.୦ ମି.ମି., କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୫୫.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୪୮.୦ ମି.ମି., କଟକ ଜିଲ୍ଲାର ମାହାଙ୍ଗାରେ ୪୮.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୪୬.୨ ମି.ମି., କଟକ ଜିଲ୍ଲାର ସାଲେପୁରରେ ୪୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୪୬.୦ ମି.ମି., ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦରେ ୪୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୪୧.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାହାନଗାରେ ୩୭.୦ ମି.ମି. ଏବଂ ରାଜଘାଟରେ ୩୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande