ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ଆଗାମୀ ୨ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୨୨ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୩ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୮ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ