ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବକ୍ତୃତା ପ୍ରତିଯୋଗିତା
ଜୟପୁର, ୨୨ ସେପ୍ଟେମ୍ବର (ହି.ସ.)- କୋରାପୁଟ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ସ୍ଥାନୀୟ ପି.ଏମ. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରତିଯୋଗିତାରେ ବରିଷ୍ଠ ବିଭାଗ
ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବକ୍ତୃତା ପ୍ରତିଯୋଗିତା


ଜୟପୁର, ୨୨ ସେପ୍ଟେମ୍ବର (ହି.ସ.)- କୋରାପୁଟ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ସ୍ଥାନୀୟ ପି.ଏମ. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରତିଯୋଗିତାରେ ବରିଷ୍ଠ ବିଭାଗରେ ପି.ଏମ. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଆଦ୍ୟାସା ପଣ୍ଡା, ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶୁଭଶ୍ରୀ ହୋତା, ପି.ଏମ. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଲଷ୍ମୀପ୍ରିୟା କର ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ l ସେହିପରି କନିଷ୍ଠ ବର୍ଗରେ ଓଡିଶା ଆଦର୍ଶ ବିଦ୍ୟାଳୟ, ମାଛରା ର ଛାତ୍ରୀ, ସଦଭାବନା ମିଶ୍ର, ମାଲୁସାନ୍ତା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସ୍ୱୟଂପ୍ରଭା ନନ୍ଦ, ଦୃଷ୍ଟି ବାଧିତ ଉଚ୍ଚ ବିଦ୍ୟାଳୟର ଛାତ୍ର ସାମୁଏଲ ହରିଜନ ଏବଂ ସେଣ୍ଟସ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ତନ୍ମୟୀ ନାହାକ ଯଥାକ୍ରମେ ପ୍ରଥମ, ଦ୍ୱତୀୟ ଏବଂ ଯୁଗ୍ମ ଭାବେ ତୃତୀୟ ସ୍ଥାନ ଅଧିକାର କରିଥିଲେ l

ଉକ୍ତ ପ୍ରତିଯୋଗିତାରେ ବିଚାରକ ଭାବେ ରମେଶ ଚନ୍ଦ୍ର ସାହୁ, ଧରଣୀଧର ରଣା, ଚିତ୍ତରଞ୍ଜନ ପାହାଡ଼ସିଂ ଯୋଗଦାନ କରି କୃତି ପ୍ରତିଯୋଗୀଙ୍କୁ ଚୟନ କରିଥିଲେ l ଏହି ପ୍ରତିଯୋଗିତା ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ ଯୋଗ ଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅଲିଭା ବେହେରା ପରିଚାଳନାରେ ସହଯୋଗ କରିଥିଲେ l

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande