ହୀରାକୁଦ ଜଳଭଣ୍ଡାରରୁ ୪ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୨ ସେପ୍ଟେମ୍ବର (ହି.ସ.)- ସୋମବାର ଦିନ ୧୨ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୨୨ ସେପ୍ଟେମ୍ବର (ହି.ସ.)- ସୋମବାର ଦିନ ୧୨ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୩୦.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨ ହଜାର ୬୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୪ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨ ହଜାର ୬୧ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୦୭.୧୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୩.୭୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande