ସିମିଳିବାଞ୍ଛା ଗ୍ରାମପଞ୍ଚାୟତ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ମାଲକାନଗିରି, ୨୨ ସେପ୍ଟେମ୍ବର (ହି.ସ.)- ଆଜି ପଡିଆ ବ୍ଲକ୍ ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁ
ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ମାଲକାନଗିରି, ୨୨ ସେପ୍ଟେମ୍ବର (ହି.ସ.)- ଆଜି ପଡିଆ ବ୍ଲକ୍ ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୭୨ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଶିବିରରେ ରାସନ୍ କାର୍ଡ, ବିଜୁଳି ସଂଯୋଗୀକରଣ, ଜମିଜମା, ଚାକିରୀ, ପାନୀୟ ଜଳ, ସାମାଜିକ ସୁରକ୍ଷା ପେନସନ ଏବଂ ରାସ୍ତା ଓ କୋଠାବାଡ଼ି ଓ ଉନ୍ନୟନ କାର୍ଯ୍ୟ ସମ୍ବନ୍ଧୀୟ ଅଭିଯୋଗର ଶୁଣାଣୀ ହୋଇଥିଲା।

ଏହି ଶୁଣାଣୀରେ ରାସନ୍ କାର୍ଡ, ଶ୍ରମ କାର୍ଡ, ଆଧାର କାର୍ଡ ଅପଡେଟ, ସ୍ଵାସ୍ଥ୍ୟ କାର୍ଡ, ସାମାଜିକ ସୁରକ୍ଷା ପେନସନ ଓ ଜଙ୍ଗଲ ଜମି ସମ୍ବନ୍ଧୀୟ ସମସ୍ୟାର ତୁରନ୍ତ ସମାଧାନ ପାଇଁ କ୍ୟାମ୍ପ କରାଯାଇ ଅନଲାଇନ୍ ସେବା ଯୋଗାଇ ଦିଆଯାଇଥିଲା। ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ସିମିଳିବାଞ୍ଛା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ନେତାଜୀ ମେମୋରିଆଲ ବିଦ୍ୟା ଭବନ, ଏମ.ଭି-୬୧ ଗସ୍ତ କରି ମଧ୍ୟାହ୍ନ ଭୋଜନର ମାନ ପରଖିବା ସହ ଛାତ୍ର ଛାତ୍ରୀଙ୍କ ସହ କଥା ହୋଇ ପିଲାଙ୍କ ପାଠପଢା, ସୁବିଧା ଅସୁବିଧା ବୁଝିଥିଲେ I ତତ୍ ସହିତ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଅନ୍ୟାନ୍ୟ ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି ।

ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍ ଉପସ୍ଥିତ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପଡିଆ ବିଡିଓ, ସହାୟକ ଜିଲ୍ଲାପାଳ ନିର୍ବାଚନ ଅଶୋକ ଚକ୍ରବର୍ତ୍ତୀଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande