ଭୁବନେଶ୍ୱର, ୨୨ ସେପ୍ଟେମ୍ବର (ହି.ସ.)- ସୋମବାର ସକାଳ ୫ଟା ୩୦ ଭାରତୀୟ ସମୟ ଅନୁସାରେ ଉତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହା ଆଗାମୀ ୨୪ ଘଂଟା ମଧ୍ୟରେ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରି ଉତର-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୫ ତାରିଖ ପାଖାପାଖି ପୂର୍ବକେନ୍ଦ୍ରିୟ ଏବଂ ସଂଲଗ୍ନ ଉତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରି, ୨୬ ତାରିଖ ପାଖାପାଖି ଉତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା- ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି । ଏହା ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା- ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ