ଭୁବନେଶ୍ୱର, ୨୨ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ଗୋପରେ ସର୍ବାଧିକ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡିରେ ୬୫.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୬୫.୦ ମି.ମି., କନ୍ଧମାଳ ଜିଲ୍ଲାର ଟିକାବାଲିରେ ୬୪.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୬୩.୨ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୬୩.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୬୧.୬ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୬୧.୨ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୫୬.୫ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୫୪.୪ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୫୩.୦ ମି.ମି., କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ୫୨.୪ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୪୮.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ