ମଙ୍ଗଳବାର ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର, ସକାଳ ୧୦ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ, ୨୨ ସେପ୍ଟେମ୍ବର (ହି.ସ.)- ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶି
ମଙ୍ଗଳବାର ରତ୍ନଭଣ୍ଡାର କୁ ରତ୍ନ ଅଳଙ୍କାର ସ୍ଥାନାନ୍ତର, ସକାଳ ୧୦ ଟାରୁ ଦର୍ଶନ ବନ୍ଦ


ପୁରୀ, ୨୨ ସେପ୍ଟେମ୍ବର (ହି.ସ.)- ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ l

ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖ ସକାଳ ୧୦ଟା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ l ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ l ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ l ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ଵାଭାବିକ ହେବ l ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିନମ୍ର ନିବେଦନ କରାଯାଇଛି l

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande