ଭୁବନେଶ୍ୱର, 22 ସେପ୍ଟେମ୍ବର (ହି.ସ.)- ଭୁବନେଶ୍ୱର
ହାତିଆଶୁଣି ନଗରର ଆୟୁଷ୍ମାନ ସାହୁ (ପିତା- ଆଶିଷ ସାହୁ) ଙ୍କର ଚିକିତ୍ସାଧୀନ ଅବସ୍ଥାରେ
ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା
ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ
ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା
କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା