ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ୧୦୧.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୩ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ୧୦୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ୧୦୧.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୩ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ୧୦୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୯୫.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୯୧.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୯୧.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୮୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୮୬.୦ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୮୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୭୫.୦ ମି.ମି., ସମ୍ବଲପୁର ଜିଲ୍ଲାର ଧନକଉଡାରେ ୭୩.୩ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୬୭.୦ ମି.ମି., ଯାଜପୁର ଜିଲ୍ଲାର ଜେନାପୁରରେ ୬୬.୨ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୬୪.୬ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୬୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande