ନବରାତ୍ରର ଦ୍ଵିତୀୟ ଦିବସରେ ମା ସମଲେଶ୍ଵରୀଙ୍କ ବ୍ରହ୍ମଚାରିଣୀ ବେଶ
ବରଗଡ଼, ୨୩ ସେପ୍ଟେମ୍ବର (ହି.ସ.)- ବରଗଡ଼ର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବ ଦିନାତ୍ମକ ପୂଜା ଜାରି ରହିଛି । ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ପୂଜା ଉତ୍ସବ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ମା ସମଲେଶ୍ୱରୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇ ପୂଜାର୍ଚ୍
ନବରାତ୍ରର ଦ୍ଵିତୀୟ ଦିବସରେ ମା ସମଲେଶ୍ଵରୀଙ୍କ ବ୍ରହ୍ମଚାରିଣୀ ବେଶ


ବରଗଡ଼, ୨୩ ସେପ୍ଟେମ୍ବର (ହି.ସ.)- ବରଗଡ଼ର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବ ଦିନାତ୍ମକ ପୂଜା ଜାରି ରହିଛି । ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ପୂଜା ଉତ୍ସବ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ମା ସମଲେଶ୍ୱରୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇ ପୂଜାର୍ଚ୍ଚନା କରାଯାଉଛି । ଆଜି ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମା’ ଙ୍କ ବ୍ରହ୍ମଚାରିଣୀ ବେଶ ଅନୁଷ୍ଠିତ ହୋଇଛି । ଶ୍ରଦ୍ଧାଳୁ ମାନଙ୍କୁ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଉଛନ୍ତି ମା ସମଲେଶ୍ୱରୀ । ଏହି ଅବସରରେ ମା’ ଙ୍କ ଦର୍ଶନ ପାଇଁ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଭକ୍ତମାନେ ଯେପରି ସୁବିଧାରେ ମା’ ଙ୍କ ଦର୍ଶନ କରିପାରିବେ ସେନେଇ ମନ୍ଦିର କମିଟୀ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande