ଭୁବନେଶ୍ୱର, ୨୩ ସେପ୍ଟେମ୍ବର (ହି.ସ.)- ଆଗାମୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପଂଚମ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ଷଷ୍ଠ ଓ ସପ୍ତମ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ରହିଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୬ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (କୋରାପୁଟ, ମାଲକାନଗିରି, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଭୀଷଣ ବର୍ଷା ନେଇ ୨ ଜିଲ୍ଲା(ନୂଆପଡା, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୯ ତାରିଖରେ ଭୀଷଣ ବର୍ଷା ନେଇ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ