ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର
କେନ୍ଦୁଝର, 23 ସେପ୍ଟେମ୍ବର (ହି.ସ.) ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନାୟାକୋଟ ଥାନା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଦଅଁଳା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କ ପୁଅ ସୁନିଆଁ ମୁଣ୍ଡା ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୁନିଆଁ ଧାନ ବିଲକୁ ଯାଇଥ
ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର


କେନ୍ଦୁଝର, 23 ସେପ୍ଟେମ୍ବର (ହି.ସ.)

ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନାୟାକୋଟ ଥାନା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଦଅଁଳା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କ ପୁଅ ସୁନିଆଁ ମୁଣ୍ଡା ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସୁନିଆଁ ଧାନ ବିଲକୁ ଯାଇଥିବା ବେଳେ ଏକ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଧରି କଚାଡି ଦେଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ ତାଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ହେବାରୁ କେନ୍ଦୁଝର ଧରଣୀଧର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକ ନିଆଯାଇଥିବା ସୂଚନା ମିଳିଛି।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande