ଆଜି ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର, ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ, ୨୩ ସେପ୍ଟେମ୍ବର (ହି.ସ.)- ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆଜି ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ ।
ଶ୍ରୀମନ୍ଦିର

ଏଥିପାଇଁ ମଙ୍ଗଳବାର ସକାଳ ୧୦ଟା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ୍ ହେବ । ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିନମ୍ର ନିବେଦନ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande