ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ 4 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ୱର, 24 ସେପ୍ଟେମ୍ବର (ହି.ସ.) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର କେ. ବାଳକୃଷ୍ଣ ରେଡ୍ଡୀଙ୍କ ଦୁର୍ଘଟଣାରେ ପ୍ରାଣହାନୀ ହେବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ନିକଟତମ ଆତ୍ମୀୟଙ୍କ ପାଇଁ 4 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ 4 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା


ଭୁବନେଶ୍ୱର, 24 ସେପ୍ଟେମ୍ବର (ହି.ସ.) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର କେ. ବାଳକୃଷ୍ଣ ରେଡ୍ଡୀଙ୍କ ଦୁର୍ଘଟଣାରେ ପ୍ରାଣହାନୀ ହେବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ନିକଟତମ ଆତ୍ମୀୟଙ୍କ ପାଇଁ 4 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏକ ପୋଷ୍ଟରେ କୁହା ଯାଇଛି ଯେ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର କେ. ବାଳକୃଷ୍ଣ ରେଡ୍ଡୀ (ପିତା- ୰ କେ. ରାମମୂର୍ତ୍ତି ରେଡ୍ଡୀ), ମରୁଡି ଅଶ୍ୱିନୀ କୁମାର ଡୋରା ( ପିତା - ଏମ୍. ରାମୁ ଡୋରା), ସରୋଜ ବେହେରା ( ପିତା -ରଘୁନାଥ ବେହେରା) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande