ମାଲକାନଗିରି, ୨୫ ସେପ୍ଟେମ୍ବର (ହି.ସ.)- ଆଜି ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଏହି ପ୍ରତିଯୋଗିତାରେ ପୌର ପରିଷଦ ମାଲକାନଗିରି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇଥିଲେ। ବିଚାରକ ଭାବେ ସରୋଜ ଦାସ, ସରୋଜ ପଟ୍ଟନାୟକ ଓ ସମୀର ନାୟକ ଉପସ୍ଥିତ ଥିଲେ। ପ୍ରତିଯୋଗିତା କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ କର୍ମଚାରୀ ରଞ୍ଜନ ମହାନ୍ତି ପରିଚାଳନା କରିଥିଲେ।
ପ୍ରତିଯୋଗିତାକୁ ଆୟୋଜନ କରିବାରେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦୁଷ୍ମନ୍ତ ଜେନାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। ସମସ୍ତ କୃତି ପ୍ରତିଯୋଗୀଙ୍କୁ ସର୍ବ ଶିକ୍ଷା ଅଭିଯାନ ପରିସରରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ଅବସରରେ ପୁରସ୍କୃତ କରାଯିବ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ