ହୀରାକୁଦ ଜଳଭଣ୍ଡାରରୁ ୨୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୫ ସେପ୍ଟେମ୍ବର (ହି.ସ.)- ଗୁରୁବାର ସଂନ୍ଧ୍ୟା ୬ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳ ଧା
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୨୫ ସେପ୍ଟେମ୍ବର (ହି.ସ.)- ଗୁରୁବାର ସଂନ୍ଧ୍ୟା ୬ଟା ସୁଦ୍ଧା ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସଂନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୮.୯୩ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୭୮ ହଜାର ୯୨୬ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨୦ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୩ ଲକ୍ଷ ୬୧ ହଜାର ୫୧୭ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୫୪.୧୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦୭.୦୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande