୨୫ରୁ ୨୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ସେପ୍ଟେମ୍ବର ୨୫ରୁ ୨୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିପାରେ । ୨୫ ତାରିଖରେ ଉତର ଏବଂ କେନ୍ଦ୍ରିୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ଓ ବାହାରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ଏବଂ ସ୍ଥଳ ବିଶେଷରେ ୫୫ କି.ମି.କୁ ଛୁଇଁପାରେ । ସେହିପରି
୨୫ରୁ ୨୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ସେପ୍ଟେମ୍ବର ୨୫ରୁ ୨୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିପାରେ । ୨୫ ତାରିଖରେ ଉତର ଏବଂ କେନ୍ଦ୍ରିୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ଓ ବାହାରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ଏବଂ ସ୍ଥଳ ବିଶେଷରେ ୫୫ କି.ମି.କୁ ଛୁଇଁପାରେ । ସେହିପରି ୨୬ରୁ ୨୮ ତାରିଖ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande