ଆଗାମୀ ୩ ଦିନ ବର୍ଷା ସମ୍ଭାବନା :  ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନ
ଆଗାମୀ ୩ ଦିନ ବର୍ଷା ସମ୍ଭାବନା :  ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ଏହାର ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

୨୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୨୭ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande