ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)
- ଅନ୍ତ୍ୟୋଦୟର
ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ଚିନ୍ତକ,
ପ୍ରଖର ରାଷ୍ଟ୍ରବାଦୀ ନେତା ତଥା ଏକାତ୍ମ ମାନବବାଦ ଏବଂ
ଅନ୍ତ୍ୟୋଦୟର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ଅବସରରେ ବିନମ୍ର
ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଷ୍ଟ୍ରନିର୍ମାଣ ସହ ସମାଜର ପ୍ରତ୍ୟେକ ବର୍ଗଙ୍କ କଲ୍ଯାଣ ପାଇଁ
ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା